ଡ୍ରେନ୍‌ରୁ ଯୁବକଙ୍କ ମୃତଦେହ ଉଦ୍ଧାର ; ହତ୍ୟା ସନ୍ଦେହ

Published By : Prameya-News7 Bureau | January 15, 2019 IST

ଜି.ଉଦୟଗିରି ୧୫|୧: ଡ୍ରେନରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ବିଜ୍ଞାପିତ ଅଞ୍ଚଳ ପରିଷଦ ନିକଟସ୍ଥ ଏକ ଡ୍ରେନରୁ ଏହି ମୃତଦେହ ଉଦ୍ଧାର ହୋଇଛି । ଯୁବକଙ୍କ ଶରୀରରେ ବିଭିନ୍ନ ସ୍ଥାନରେ କ୍ଷତ ଚିହ୍ନ ରହିଛି । ଯୁବକଙ୍କ ପରିଚୟ ମିଳିନାହିଁ । ଦୁର୍ଗନ୍ଧ ଆସୁଥିବାରୁ ସ୍ଥାନୀୟ ଲୋକେ ଘଟଣାସ୍ଥଳକୁ ଯାଇ ଦେଖିଥିଲେ । ମୃତଦେହ ପଡିଥିବା ଦେଖି ପୋଲିସକୁ ଖବର ଦେଇଥିଲେ ।ଘଟଣାସ୍ଥଳରେ ଜି.ଉଦୟଗିରି ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ତେବେ ତାଙ୍କୁ କେହି ହତ୍ୟା କରି ସେଠାରେ ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.