krs-728-90-banner (1)
krs-728-90-banner (1)
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, Odisha News, khabar odisha,news in oriya

ଯୁବକଙ୍କ ଝୁଲନ୍ତା ମୃତଦେହ ଠାବ, ହତ୍ୟା ନା ଆତ୍ମହତ୍ୟା ?

18/11/2023 at 1:36 PM

ବଲାଙ୍ଗୀର ୧୮।୧୧ : ଯୁବକଙ୍କ ଝୁଲନ୍ତା ମୃତଦେହ ଠାବ । ବଲାଙ୍ଗୀର ସଦର ଥାନା ଖୁଜେନ୍‌ ପାଲି ମଦ ଭାଟି ନିକଟରୁ ଝୁଲନ୍ତା ମୃତଦେହ ଠାବ ହୋଇଛି । ବର୍ତ୍ତମାନ ସୁଦ୍ଧା ମୃତ ଯୁବକଙ୍କ ମିଳିନି ପରିଚୟ । ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।

ଖବର ଅନୁଯାୟୀ, ଶନିବାର ଦିନ ବଲାଙ୍ଗୀର ସଦର ଥାନା ଖୁଜେନ ପାଲି ମଦ ଭାଟି ନିକଟରେ ଏକ ଗଛରେ ଯୁବକଙ୍କ ମୃତଦେହ ଝୁଲୁଥିଲା । ଏହାକୁ ଦେଖି ସ୍ଥାନୀୟ ଲୋକେ ତୁରନ୍ତ ସଦର ଥାନା ପୋଲିସକୁ ଖବର ଦେଇଥିଲେ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି । ବର୍ତ୍ତମାନ ସୁଦ୍ଧା ଯୁବକଙ୍କ ପରିଚୟ ମିଳିନାହିଁ । ଏହା ହତ୍ୟା ନା ଆତ୍ମହତ୍ୟା । ତାହା ଏବେ ଯାଏଁ ଅସ୍ପଷ୍ଟ ରହିଛି । ପୋଲିସ ପୁରା ତଦନ୍ତ ପରେ ହିଁ ମୃତ୍ୟୁର ସଠିକ କାରଣ ଜଣାପଡିବ ବୋଲି ସ୍ଥାନୀୟ ଲୋକେ ଆଶା ରଖିଛନ୍ତି ।

   Related Posts