କଟକ ଖାନନଗର ଓଏସ୍ଏଲ୍ ପଡିଆରୁ ଯୁବକଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର : ହତ୍ୟା ସନ୍ଦେହ

Published By : Prameya-News7 Bureau | July 01, 2019 IST

କଟକ ୧/୭ : କଟକ ଖାନନଗର ଓଏସ୍ଏଲ୍ ପଡିଆରୁ ଯୁବକଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର ହୋଇଛି । ଯୁବକଙ୍କ ବେକ ଓ ମୁହଁରେ କ୍ଷତି ଚିହ୍ନ ରହିଛି । ମୃତ ଯୁବକଙ୍କ ପରିଚୟ ମିଳିପାରିନାହିଁ । ଯୁବକଙ୍କୁ ହତ୍ୟା କରି ସେଠାରେ ଫୋପାଡ଼ି ଦେଇଥିବା ସନ୍ଦେହ କରାଯାଉଛି । ଘଟଣାସ୍ଥଳରେ ବାଦାମବାଡି ପୋଲିସ ଓ ସାଇଣ୍ଟିଫିକ୍ ଟିମ ପହଂଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ତଦନ୍ତ କରୁଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.