scan steel
web-baneer-728x90
WhatsApp Image 2023-12-06 at 12.52.17
728x90-banner-17.2.24jpg
Untitled-1 copy (1)
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, Odisha News, khabar odisha,news in oriya

ନୀଳଗିରିରେ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜିଲ୍ଲା ପରିଷଦ ଅଧ୍ୟକ୍ଷ

28/06/2022 at 10:03 PM

ନୀଳଗିରି ୨୮/୬ : ବାଲେଶ୍ଵର ଜିଲ୍ଲାର ଜିଲ୍ଲା ପରିଷଦ ଅଧ୍ୟକ୍ଷ ନାରାୟଣ ବେହେରା ନୀଳଗିରିର ବିଭିନ୍ନ ବିଭାଗର ଉନ୍ନୟନମୂଳକ କାର୍ଯ୍ୟ ସମୀକ୍ଷା କରିଛନ୍ତି। ମଙ୍ଗଳବାର ପୂର୍ବାହ୍ଣରେ ନୀଳଗିରି ବ୍ଲକ ସମ୍ମିଳନୀ କକ୍ଷରେ ଆୟୋଜିତ ଏହି ବୈଠକରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ନାରାୟଣ ବେହେରାଙ୍କ ସମେତ ବ୍ଲକ ଅଧ୍ୟକ୍ଷା ଶୁଭଲକ୍ଷ୍ମୀ ମାଝୀ, ଉପାଧ୍ୟକ୍ଷ ଜ୍ୟୋତିର୍ମୟ ପୁଥାଳ, ୧୧ ନମ୍ବର ଜୋନର ଜିଲ୍ଲା ପରିଷଦ ସଭ୍ୟା ସୁବର୍ଣ୍ଣମଞ୍ଜରୀ ସିଂ, ୧୨ ନମ୍ବର ଜିଲ୍ଲା ପରିଷଦ ସଭ୍ୟା ରଞ୍ଜିତା ସିଂ, ୧୩ ନମ୍ବର ଜିଲ୍ଲା ପରିଷଦ ସଭ୍ୟ ଗତିକୃଷ୍ଣ ନନ୍ଦ, ବିଡ଼ିଓ ଦାୟିତ୍ୱରେ ଥିବା ନୀଳଗିରି ତହସିଲଦାର ଅଶେଷ କୁମାର ନାୟକ ଉପସ୍ଥିତ ଥିଲେ।

ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ବିକାସ କିପରି ହେବ ଏନେଇ ସମସ୍ତ ବିଭାଗୀୟ ଅଧିକାରୀଙ୍କୁ ମିଳିମିଶି କାର୍ଯ୍ୟ କରିବାକୁ ଜିଲ୍ଲା ପରିଷଦ ଅଧ୍ୟକ୍ଷ ବେହେରା କହିଥିଲେ। ରାସ୍ତାର ଉନ୍ନତି କରଣ ସହିତ ପାନୀୟ ଜଳର ସମସ୍ୟା, ବନ୍ୟା ପ୍ରଭାବିତ ଅଞ୍ଚଳରେ ପ୍ରତିକାର ମୁଳକ ପଦକ୍ଷେପ, ଚାଷର ଉନ୍ନତିକରଣ ସହିତ ରାସନ କାର୍ଡ ଓ ଭତ୍ତା କିପରି ହିତାଧିକାରୀ ସହଜରେ ପାଇ ପାରିବେ ଏନେଇ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏହି ବୈଠକରେ ନୀଳଗିରିର ସମସ୍ତ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ।

   Related Posts