scan steel
web-baneer-728x90
WhatsApp Image 2023-12-06 at 12.52.17
728x90-banner-17.2.24jpg
Untitled-1 copy (1)
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, Odisha News, khabar odisha,news in oriya

ଜୁଲାଇ ୧୩ ତାରିଖ ମଙ୍ଗଳବାରର ରାଶିଫଳ, ଜାଣନ୍ତୁ କାଲି କେମିତି କଟିବ ଆପଣଙ୍କ ଦିନ

12/07/2021 at 6:52 PM

ମେଷ – ଆଜି ଆଂଶିକ କାଳସର୍ପଯୋଗ ଆପଣଙ୍କୁ ସ୍ୱାସ୍ଥ୍ୟ ଓ ଅର୍ଥ ସମ୍ପର୍କୀୟ ବ୍ୟତିକ୍ରମ ମାଧ୍ୟମରେ ଚିନ୍ତିତ କରାଇପାରେ । ଘର ଅପେକ୍ଷା ବାହାର ଲୋକଙ୍କ ସକାଶେ ବିଶେଷ ସମୟ ନେଇପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୯ ।
ଚାଷୀ- ଅଧିକା ବର୍ଷା ହେତୁ , ହତାସ ହୋଇପାରନ୍ତି ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
ବୃଷ – କାର୍ଯ୍ୟ ହାସଲ ପରିପ୍ରେକ୍ଷୀରେ ଅନ୍ୟମାନଙ୍କୁ ମନେଇବାରେ ସଫଳ ହେବେ, କିନ୍ତୁ ଖର୍ଚ୍ଚାନ୍ତ ମଧ୍ୟ ହେବାକୁ ପଡିବ । ମାଙ୍ଗଳିକ କାମ ସକାଶେ କୌଣସି ଉପକରଣ କ୍ରୟ କରିପାରନ୍ତି । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୭ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
କର୍ମଜୀବି- କର୍ମଚଞ୍ଚଳ ରହିବେ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।
ମିଥୁନ – ପ୍ରତିବନ୍ଧକ କାରଣରୁ ଅଟକି ରହିଥିବା କାମ ସକାଶେ ଅନୁତାପ କରିବାକୁ ବାଧ୍ୟ ହେବେ । ଆକସ୍ମିକ ଭାବରେ ଆଗନ୍ତୁକ ଅତିଥିଙ୍କ ଚର୍ଚ୍ଚାକୁ ନେଇ ମନ ଖୁସି ରହିବ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୪ ।
ଚାଷୀ- ଶାରୀରିକ କ୍ଳାନ୍ତି ଆସିପାରେ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

କର୍କଟ – ଭାଗ୍ୟଭାବସ୍ଥ ମଙ୍ଗଳଙ୍କ ଯୋଗୁଁ କର୍ମକ୍ଷେତ୍ରରେ ଯୁକ୍ତିଯୁକ୍ତ କଥା କହି ଜଟିଳ ପରିସ୍ଥିତିକୁ ସୁଧାରି ନେବେ । ଟଙ୍କା ପଇସା, ନେବା ଆଣିବା କ୍ଷେତ୍ରରେ ସତର୍କ ରହିବା ଭଲ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ଧାର୍ମିକ ହେବେ ।
ସିଂହ – ପାରିବାରିକ ସମସ୍ୟାର ସରଳ ସମାଧାନ ସକାଶେ ବନ୍ଧୁଙ୍କୁ ନେହୁରା ହେବାକୁ ପଡିପାରେ । ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି, ଏଣୁ ସାବଧାନ ରହିବା ଭଲ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ପରକୁ ଆପଣାର କରିବେ ।
କନ୍ୟା – ଶୁକ୍ରଙ୍କ ପ୍ରଭାବରେ ମନୋରଞ୍ଜନର ମଉକାକୁ କେତୁ ପ୍ରତିରୋଧ କରିପାରନ୍ତି । ସବୁ କାମ ବିଳମ୍ବରେ ସମ୍ପନ୍ନ ହେବା କାରଣରୁ ମନ ଭଲ ରହିବ ନାହିଁ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୪ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସ୍ୱାଭିମାନୀ ହେବେ ।

ତୁଳା – ଆଜି ଯେଉଁ କାମଟିକୁ ଆରମ୍ଭ କରିବାକୁ ଯାଉଛନ୍ତି ତାହା ନିର୍ବିଘ୍ନରେ ସମାପନ ହୋଇଯିବ । ବିଶେଷ ଭ୍ରମଣ କାରଣରୁ ସାମୟିକ ଭାବରେ ଶାରୀରିକ ଆଶ୍ୱସ୍ତି ଅନୁଭବ କରିବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୫ ।
ଚାଷୀ- ଉତ୍ତମ ଫଳ ପାଇବେ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
ବିଛା – କାମ ହାସଲର ଖୁସି କାରଣରୁ ପ୍ରବଣତାବଶତଃ ଏଣୁତେଣୁ କହିବା ସମସ୍ୟାର କାରଣ ହେବ । ଅଟକି ରହିଥିବା କାମରେ ଅଳ୍ପ ସମୟ ଅପେକ୍ଷା କରନ୍ତୁ, ଦେଖିବେ ସବୁ ଠିକ୍ ହୋଇଯିବ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୨ ।
ଗୃହିଣୀ- ସୁଖଭାରା ଦିନଟି ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- କାର୍ଯ୍ୟରେ ଶିଥିଳତା ଆସିବ ।
ଛାତ୍ରଛାତ୍ରୀ- ବନ୍ଧୁଙ୍କୁ ଆପଣାର କରିବେ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ଧନୁ – ଆଜି ବନ୍ଧୁମାନଙ୍କ କଥାରେ ପଡି ମନୋରଞ୍ଜନ କାର୍ଯ୍ୟରେ ରୁଚି ବଃିବ, କିନ୍ତୁ ଶାନ୍ତି କିମ୍ବା ସନ୍ତୋଷ ପାଇ ପାରିବେ ନାହିଁ । ଫେରିବା ରାସ୍ତାରେ ମିତ୍ରତା ବନ୍ଧନରେ ଆବନ୍ଧ ହେବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୮ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ମକର – ଅସଫଳତାରୁ ନିରୁତ୍ସାହିତ ହୋଇପାରନ୍ତି । ଦିନଟି ବହୁତମାତ୍ରାରେ ଅବ୍ୟବସ୍ଥା ଭିତରେ କଟିବ । ବିଶେଷତଃ ଅର୍ଥାଭାବ ସମସ୍ୟାର ମୂଳ କାରଣ ହୋଇପାରେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୭ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ମିତ୍ର ସୁଖ ପାଇବେ ।
କୁମ୍ଭ – ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବା କାରଣରୁ ଚିନ୍ତା ପ୍ରକଟ କରିବେ । ବିଭିନ୍ନ ପ୍ରକାର ସମସ୍ୟାମୂଳକ କାମରେ ପ୍ରବେଶ କରି ବ୍ୟସ୍ତତା ଅନୁଭବ କରି ପାରନ୍ତି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୯ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
କର୍ମଜୀବି- କାର୍ଯ୍ୟରେ ଅବହେଳା କରିବେ ନାହିଁ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୁଖୀ ହେବେ ।
ମୀନ – ଆଜି ଆପଣଙ୍କ ମନ ଭୁଲାଣିଆ କଥାରେ ଶତ୍ରୁମାନେ ମିତ୍ର ପାଲଟିଯିବେ । ଅସାବଧାନତାରୁ ପୂର୍ବଭାଦ୍ରବ ନକ୍ଷତ୍ରର ଧନ ହାନି ଘଟିପାରେ । କୌଣସି ନୀଚ ଜାତିର ବ୍ୟକ୍ତିବିଶେଷଙ୍କ ସହାୟତାରୁ ଉପକୃତ ହୋଇପାରନ୍ତି । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୪ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

   Related Posts