ସୋମବାର ରାଶିଫଳ: ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ, ମିଥ୍ୟା ଗୁଜବ ମନକୁ ଆତଙ୍କିତ କରିପାରେ

Published By : Prameya-News7 Bureau | March 13, 2022 IST

ମେଷ–ବନ୍ଧୁକିଛି ପଚାରିବା ପୂର୍ବରୁ କହିବା ଓଲଟା ଫଳ ପ୍ରଦାନ କରିବ ।ଜମା ଭଲ ସମ୍ପର୍କ ନ ଥିବାଲୋକଟି ସହ ଶତ୍ରୁତା ଲାଗି ରହିଥିବାରୁ ଅଧିକାଂଶ ସମୟ ମନ ଅସ୍ଥିର ରହିପାରେ ।ହାତକୁ ନେଇଥିବା କାମଗୁଡିକ ସମ୍ପୂର୍ଣ୍ଣ ହେବା କଷ୍ଟକର ହୋଇପଡିବ ।ଶୁଭ ରଙ୍ଗ ନୀଳ ।ଶୁଭ ଅଙ୍କ ୭ ।

ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୁଖଭାରା ଦିନଟି ।
ବୃଷ–ପ୍ରତ୍ୟେକ କ୍ଷେତ୍ରରେ ମନ ବୁଝିଲା ଭଳି କଥା କହିବନ୍ଧୁଙ୍କୁ ଆପଣେଇ ନେବେ ।କର୍ମକ୍ଷେତ୍ରରେ ରହିଥିବା ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ । ଆନୁଷ୍ଠାନିକ କିମ୍ବା ଶୁଭ କାର୍ଯ୍ୟରେ ବନ୍ଧୁମାନେ ଠିକ୍‌ ଖବର ଦେବାରେ ହେଳା କରିପାରନ୍ତି ।ଶୁଭ ରଙ୍ଗ ଗୋଲାପି ।ଶୁଭ ଅଙ୍କ ୩ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟକରନ୍ତୁ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍‌ ହେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।
ମିଥୁନ -ପାରିବାରିକ ସମସ୍ୟା ସହ ଖର୍ଚ୍ଚ ବୃଦ୍ଧି ଯୋଗୁ ମନରେ ସରସତା ରହିବ ନାହିଁ । ପ୍ରଶାସନିକ ଆଲୋଚନାର ଶେଷ ସମୟରେ ନିଷ୍ପତ୍ତି ଓଲଟ ପାଲଟ ହୋଇଯିବା ଆଶଙ୍କା ରହିଛି ।ଗବେଷଣା, କୃଷି,ବାଣିଜ୍ୟ ଓ ରାଜନୀତିରେ ଚେଷ୍ଟାସଫଳ ହେବେ । ଶୁଭ ରଙ୍ଗ ଧଳା ।ଶୁଭ ଅଙ୍କ ୬ ।
ଚାଷୀ- ଜଳବାୟୁ ବିଭାଗସହ ଯୋଗାଯୋଗ ରଖନ୍ତୁ ।
ରୋଗୀ- ବ୍ୟାୟାମ୍‌ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ସୁଖୀ ହେବେ ।
କର୍କଟ– ଆପଣ ସମସ୍ୟାକୁ ସମାଧାନ କରିବାରେ ଅଗ୍ରଣୀଭୂମିକା ଗ୍ରହଣକରିବେ । ପୁନର୍ବସୁ ନକ୍ଷତ୍ର ଯେତେ ଭଲ କାମକଲେ ମଧ୍ୟ ମିଥ୍ୟା ଗୁଜବ ମାନସିକ ସ୍ଥିତିକୁ ଦୋହଲାଇ ଦେବ । ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ ।ଶୁଭ ରଙ୍ଗ ଗ୍ରୀନ ।ଶୁଭ ଅଙ୍କ ୧ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍‌ ହେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ଧର୍ଯ୍ୟବାନ୍‌ ହେବେ ।
ସିଂହ – ପରିବର୍ତ୍ତନ ସମୟରେ ମନର ବଳଖୁବ୍‌ ଟାଣ ରହିବ ଏବଂ ଜିଦ୍ ରେ ଅଟଳରହି କାମ ହାସଲ କରିବେ । ତଥାପିବନ୍ଧୁ କଥାରେ ପ୍ରଭାବିତ ହୋଇକୌଣସି ଭୁଲକାମ କରିପାରନ୍ତି ।ବିବାଦୀୟ ଘଟଣା ଟିକିଏ ଜଟିଳ ଆଡକୁ ଗତି କରିପାରେ ।ଶୁଭରଙ୍ଗ ଲାଲ୍ ।ଶୁଭ ଅଙ୍କ ୯ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍‌ ହେବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
କନ୍ୟା – ପରିବାରରେ ଜମିଜମାକୁ କେନ୍ଦ୍ର କରି ଭ୍ରାତୃ ସମ୍ପର୍କ କ୍ଷେତ୍ରରେ ସାମାନ୍ୟ ବ୍ୟତିକ୍ରମ ସୃଷ୍ଟି କରିବେ । ପିଲାମାନଙ୍କ କୃତି ଓ କୃତିତ୍ୱ ସକାଶେ ମାନସିକ ସ୍ତରରେଗର୍ବ ଅନୁଭବ କରିପାରନ୍ତି ।ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବାରୁ ଧାର,କରଜ କରି ପାରନ୍ତି ।ଶୁଭରଙ୍ଗ ଧଳା ।ଶୁଭ ଅଙ୍କ ୪ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବାଉଚିତ୍ ।(ପରୀକ୍ଷିତ)
ରୋଗୀ – ସ୍ୱାସ୍ଥ୍ୟ ଅତୁଟରହିବ ।
ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭହେବ ।
ଗୃହିଣୀ- ପିଲାମାନଙ୍କ ପ୍ରତିଚିନ୍ତାରେ ରହିବେ ।
ତୁଳା- ଆଲୋଚନା ସମୟରେ ଅପ୍ରିୟ ସତ୍ୟକଥା କହିବା କାରଣରୁ ମିତ୍ରମାନେ ଈର୍ଷାପରାୟଣ ହୋଇପାରନ୍ତି । କର୍ମକ୍ଷେତ୍ରରେ ମିଥ୍ୟା ଗୁଜବ ମନକୁ ଆତଙ୍କିତ କରିପାରେ । ପରିବାରରେ ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ତର୍କର ସମ୍ମୁଖୀନ ହୋଇପାରନ୍ତି ।ଶୁଭ ରଙ୍ଗ ନାରଙ୍ଗୀ ।ଶୁଭ ଅଙ୍କ ୨ ।
ଚାଷୀ- ଉତ୍ତମବିହନ, କୃଷିବିଭାଗରୁ ଆଣନ୍ତୁ ।
ରୋଗୀ- ଆଜିକିଛି ଦିନ ସତର୍କରୁହନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀହେବ ।
ବ୍ୟବସାୟୀ- ହାତକୁ ଆସୁଥିବାଡିଲ୍‌, ପଳେଇ ଯାଇପାରେ ।
ଗୃହିଣୀ- ଧାର୍ମିକ ହେବେ ।
ବିଛା– ଦୈହିକ ସୁସ୍ଥତା ଥିଲେ ମଧ୍ୟ କେତେକ ଅପୂରଣୀୟ କାମନା ମନକୁ ବିବ୍ରତ କରାଇବ ।କର୍ମକ୍ଷେତ୍ରର ବିବାଦୀୟ ଘଟଣାରେ ଯେଉଁ ଆଶଙ୍କା କରୁଛନ୍ତି ସେଥିରେ କିଛିହେବ ନାହିଁ ।ଗୃହ ସୀମା କିମ୍ବା ଘର ଭଡାକୁ କେନ୍ଦ୍ରକରି ବିତର୍କର ସମ୍ମୁଖୀନ ହେବେ ।ଶୁଭ ରଙ୍ଗ କଫି ।ଶୁଭ ଅଙ୍କ ୬ ।
ଚାଷୀ- କୀଟ ନାଶକର ସଠିକ୍‌ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଅର୍ଥ ହାନୀହେବ ।
ଗୃହିଣୀ- ଧାର୍ମିକ ହେବେ ।
ଧନୁ –କର୍ମକ୍ଷେତ୍ରରେ ମଧ୍ୟ ବିଭିନ୍ନ ସମସ୍ୟା ଲାଗି ରହିଥିବାରୁ ମନ ଅଶାନ୍ତ ରହିବ । ଯାତ୍ରା ସମୟରେ ସତର୍କ ନ ହେଲେ ଠକାମିରେ ପଡିପାରନ୍ତି ।ସାମାଜିକସ୍ତରରେ କେତେକ ନୂତନ କାମର ପରିକଳ୍ପନା କରି ପ୍ରଶଂସିତ ହେବେ ।ଶୁଭ ରଙ୍ଗ ଧଳା ।ଶୁଭ ଅଙ୍କ ୧ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍‌ ହେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭହେବ ।
ଗୃହିଣୀ- ନୂଆ ବସ୍ତ୍ର ଲାଭ ହେବ ।
ମକର– ଦୀର୍ଘ ଦିନରୁ ଲାଗିରହିଥିବା ବିବାଦୀୟ ଘଟଣାରେ ବିଜୟୀ ହେବେ ।କର୍ମକ୍ଷେତ୍ରରେ ମନକୁ ପାଇଲା ଭଳି କଥା କହି ପରିସ୍ଥିତିକୁ ହାଲୁକା କରିପାରନ୍ତି ।ସହକର୍ମୀଙ୍କ ସହ ହୃତସମ୍ପର୍କ ପୁନଃ ପ୍ରତିଷ୍ଠିତ ହେବ ।ଶୁଭରଙ୍ଗ ଆକାଶୀ ।ଶୁଭ ଅଙ୍କ ୭ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଅସାଧ୍ୟ ରୋଗରୁ ମୁକ୍ତହେବେ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତିସଜାଗରହିବେ ।
କର୍ମଜୀବି- ଅର୍ଥ ହାନୀହେବ ।
ବ୍ୟବସାୟୀ- ଅର୍ଥ ହାନୀହେବ ।
ଗୃହିଣୀ- ଘର କାମରେବ୍ୟସ୍ତରହିବେ ।
କୁମ୍ଭ -ଆତ୍ମୀୟମାନଙ୍କ ସମ୍ବନ୍ଧରେ ହଠାତ୍‌ କୌଣସି ଘଟଣାମନକୁ ବିବ୍ରତ କରିପାରେ ।ଜମିଜମା ସମସ୍ୟା କ୍ରମଶଃ ଜଟିଳ ହେବମାତ୍ର ତାହା ଅସ୍ଥାୟୀ ଭଳିମନେ କରିପାରନ୍ତି । ଆର୍ଥିକସ୍ଥିତି ପୂର୍ବବତ୍‌ ରହିବ କିନ୍ତୁ କାମ ଅଟକିବ ନାହିଁ ।ଶୁଭରଙ୍ଗ ନୀଳ ।ଶୁଭ ଅଙ୍କ ୫ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତିକରନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତହେବେ ।
ବ୍ୟବସାୟୀ- ସୁଯୋଗକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ଧର୍ଯ୍ୟବାନ୍‌ ହେବେ ।
ମୀନ - ମାନସିକ ଦ୍ୱନ୍ଦ୍ୱ ବଢିବା କାରଣରୁ ତାହା ନିଷ୍ପତ୍ତି ନେବାରେ ବିଳମ୍ବିତ କରାଇବ ।ବନ୍ଧୁଙ୍କ ସାହାର୍ଯ୍ୟରୁ ପାରିବାରିକ କ୍ଷେତ୍ରରେ ସମସ୍ୟା ସମାଧାନ ହେବ । ଅସୁବିଧା ନ ଥିଲେ ମଧ୍ୟ ଅଫିସିଆଲି କେତେକ ସମସ୍ୟାକାରଣରୁ ମନରେ ସ୍ଥିରତା ରହି ନ ପାରେ ।ଶୁଭ ରଙ୍ଗଗାଢ ଧଳା ।ଶୁଭ ଅଙ୍କ ୬ ।
ଚାଷୀ- ପୋଖରୀ/ଗାଢିଆ କରିଜଳ ସଞ୍ଚୟକରନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟରହିବ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.